କାଳିନ୍ଦୀ ଚରଣ ପାଣିଗ୍ରାହୀ

କାଳିନ୍ଦୀ ଚରଣ ପାଣିଗ୍ରାହୀ

କାଳିନ୍ଦୀ ଚରଣ ପାଣିଗ୍ରାହୀ
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ ସବୁଜ ଯୁଗ ନାମରେ ଏକ ନୂଆ ଯୁଗର ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ ଓଡ଼ିଶାର ପୁରୀ ଜିଲ୍ଲାର ବିଶ୍ୱନାଥପୁର ଗ୍ରାମରେ ୧୯୦୧ ମସିହା ଜୁଲାଇ ୨ ତାରିଖରେ ଜନ୍ମ ନେଇଥିଲେ । ତାଙ୍କ ପିତା ସ୍ୱପ୍ନେଶ୍ୱର ପାଣିଗ୍ରାହୀ ଜଣେ ଆଇନଜୀବି ଥିଲେ । ପିତା ଏବଂ ଦୁଇ ଭାଇ ଦିବ୍ୟସିଂହ ଓ ଭଗବତୀ ଚରଣ ସାହିତ୍ୟିକ ଥିଲେ । ପୁରୀରେ ହିଁ କାଳିନ୍ଦୀ ଚରଣ ନିଜର ବାଲ୍ୟଜୀବନ ଓ ଶିକ୍ଷା ସମାପ୍ତ କରିଥିଲେ । ହାଇସ୍କୁଲ ସମାପ୍ତ କରି, ସେ ରେଭେନ୍ସା ମହାବିଦ୍ୟାଳୟରେ ଶିକ୍ଷାଲାଭ କରିଥିଲେ । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ । ସେ ୧୯୯୧ ମେ ୧୫ ତାରିଖରେ ଦେହ ତ୍ୟାଗ କରିଥିଲେ ı
ରେଭେନ୍ସା ମହାବିଦ୍ୟାଳୟରେ ପଢିବା କାଳରେ କାଳିନ୍ଦୀ ଚରଣଙ୍କ ସାହିତ୍ୟ ପ୍ରତିଭାର ପରିଚୟ ମିଳିଲା । କଲେଜର ପଢିବା ସମୟରେ, ସେ "ନନସେନ୍ସ କ୍ଳବ" ଗଠନ କରିଥିଲେ । ଏହି ଦଳରେ ଥିବା ନଅ ଜଣ ଲେଖକ-ଲେଖିକା "ଉତ୍କଳ ସାହିତ୍ୟ" ପତ୍ରିକାରେ "ବାସନ୍ତୀ" ନାମକ ଏକ ଉପନ୍ୟାସ ଧାରାବାହିକ ଭାବରେ ପ୍ରକାଶ କରୁଥିଲେ । ଏହି ସମୟରେ "ସବୁଜ ଗୋଷ୍ଠୀ"ର ମୁଖପତ୍ର "ଯୁଗବୀଣା"ରେ କାଳିନ୍ଦୀ ଚରଣଙ୍କ ଲେଖାମାନ ମଧ୍ୟ ପ୍ରକାଶ ପାଉଥିଲା । ପରବର୍ତ୍ତୀ ସମୟରେ, ବାଲେଶ୍ୱରରୁ ପ୍ରକାଶ ପାଉଥିବା ଏକ ଇଂରାଜୀ ଓ ତାଙ୍କ ନିଜ ଓଡ଼ିଆ ପତ୍ରିକାର ସେ ସମ୍ପାଦନା କରିବାକୁ ଲାଗିଲେ । କବିତାରୁ ହିଁ କାଳିନ୍ଦୀ ଚରଣଙ୍କ ସାହିତ୍ୟ ସର୍ଜନା ଆରମ୍ଭ ହୋଇଥିଲା । ଶବ୍ଦ ସଂଯୋଜନା ତାଙ୍କ କବିତାର ଏକ ବୈଶିଷ୍ଟ ଥିଲା । ତାଙ୍କ ଲେଖାରେ ଓଡ଼ିଶାର ଗ୍ରାମ୍ୟ ପରିବେଶ, ଲୋକଙ୍କର ଆଚାରବିଚାର ପ୍ରମୂଖ ସ୍ଥାନ ପାଉଥିଲା । ଅନ୍ୟାୟ, ଅନୀତି ବିରୁଦ୍ଧରେ ତାଙ୍କ ସାହିତ୍ୟ ସ୍ୱର ଉତ୍ତୋଳନ କରୁଥିଲା । ସେ ଜଣେ ଦରଦୀ କବି ଓ ଜୀବନବାଦୀ ସାହିତ୍ୟିକ ଭାବରେ ପରିଚିତ ।
କବିତା
ଯାଦୁଘର
ପୁରୀ ମନ୍ଦିର
ମହାଦୀପ
ଆଗାମୀ
କ୍ଷଣିକ ସତ୍ୟ
ମୋ କବିତା
ଛୁରିଟିଏ ଲୋଡା
ଉପନ୍ୟାସ
ମାଟିର ମଣିଷ : ଗ୍ରାମ୍ୟ ଜୀବନରେ ଦୁଇ ଜା' ଭିତରେ କଳହ ଓ ଭାଇ ଭଗାରି ଭାଗ ବଣ୍ଟା ଇତ୍ୟାଦି ଏହି ଉପନ୍ୟାସଟିର ମୁଖ୍ୟ ବିଷୟ ବସ୍ତୁ । ଏହି ଉପନ୍ୟାସଟି ୧୯୬୬ରେ ମୃଣାଳ ସେନଙ୍କ ନିର୍ଦ୍ଦେଶନାରେ ଏକ କଥାଚିତ୍ର ରୂପେ ଆସିଥିଲା ।
ମାଟିର ମଣିଷ
ଲୁହାର ମଣିଷ
ଆଜିର ମଣିଷ
ଅମରଚିତା
ଅମରାବତୀ
ମୁକ୍ତାଗଡ଼ର କ୍ଷୁଦ୍ଧା

0 Response to "କାଳିନ୍ଦୀ ଚରଣ ପାଣିଗ୍ରାହୀ"

Post a Comment

Iklan Atas Artikel

Iklan Tengah Artikel 1

Iklan Tengah Artikel 2

Iklan Bawah Artikel